୭୮ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉଦଯାପିତ

୭୮ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଆଜି ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ସହ ଉଦଯାପିତ ହୋଇଯାଇଛି l ଆଜି ଦ୍ଵିତୀୟ ତଥା ଉଦଯାପନୀ ଦିବସ ସନ୍ଧ୍ୟାରେ ଭୁବନେଶ୍ୱର ଉପ ଜିଲ୍ଲାପାଳ ଶ୍ରୀ ମନୋରଞ୍ଜନ ସାହୁ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦଘାଟନ କରିଥିଲେ l ରାଜଧାନୀ ଭୁବନେଶ୍ୱରକୁ ସ୍ୱଚ୍ଛ ସହର ଏବଂ ଶାନ୍ତିପୂର୍ଣ୍ଣ ସହବସ୍ଥାନ ପାଇଁ ସେ ସମସ୍ତ ନାଗରିକଙ୍କ ସହଯୋଗ କାମନା କରିଥିଲେ l ଏଥି ସହିତ ରାଜଧାନୀକୁ ଏକ ବିକଶିତ ତଥା ଉନ୍ନତ ସହର ଭାବେ ଗଢି ତୋଳିବାକୁ ସେ ସମସ୍ତଙ୍କର ସମ୍ମିଳିତ ପ୍ରଚେଷ୍ଟା କାମନା କରିଥିଲେ l
ଉଦଯାପନୀ ସଂଧ୍ୟାରେ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ଉପ ସଭାପତି ଶ୍ରୀ ପ୍ରଦ୍ୟୁମ୍ନ କୁମାର ମହାନ୍ତି ଯୋଗଦେଇ ଭୁବନେଶ୍ୱର ମହାନଗର ନିଗମ ଆନୁକୂଲ୍ୟରେ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଆୟୋଜନ ଓ ସମସ୍ତ ସହଯୋଗକୁ ପ୍ରଶଂସା କରିଥିଲେ l ଏଥି ସହିତ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ସୂଚନା ଓ ଲୋକ ସମ୍ପର୍କ, ପୂର୍ତ୍ତ ବିଭାଗ, ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଆଦି ସମ୍ପୃକ୍ତ ବିଭିନ୍ନ ବିଭାଗ ଓ ସଂସ୍ଥା ମାନଙ୍କର ସହଯୋଗ ପାଇଁ କୃତଜ୍ଞତା ଜଣାଇଥିଲେ l ମିଡିଆ ଫେଡେରେସନ ର ଉପଦେଷ୍ଟା ଶ୍ରୀ ଗୌରଚନ୍ଦ୍ର ମହାପାତ୍ର ଉପସ୍ଥିତ ଥିଲେ l ଶ୍ରୀ ମଳୟ କୁମାର ବେହେରା, ଶ୍ରୀ ଶୁଭଙ୍କର କୁମାର ଏବଂ ବରିଷ୍ଠ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ପଠାଣି ରାଉତ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ l
ଆଜିର ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରେ ଗଞ୍ଜାମର ପଶୁ ମୁଖା ନୃତ୍ୟ, ମୟୁରଭଞ୍ଜ, କରଞ୍ଜିଆର ପଲ୍ଲବୀ ନାଟ୍ୟ ସଂସ୍ଥା ପକ୍ଷରୁ ମାଲଖମ୍ବ, ସୁବାସ ଦାସ ଏବଂ ସାଥିଙ୍କ ଦ୍ୱାରା ଭଜନ, ଲଘୁ ସଂଗୀତ ପରିବେଷଣ କରାଯାଇଥିବା ବେଳେ ଶ୍ରୀ ବାସୁଦେବ ନାଥ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ l

Related Posts

ଅନ୍ଧାରରେ ଓଡ଼ିଶା ସ୍କୁଲ

ପିନ୍ ବାର୍ତ୍ତା: ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ଆଧୁନିକୀକରଣ, ସ୍ମାର୍ଟ ଶ୍ରେଣୀଗୃହ ଏବଂ ଭିତ୍ତିଭୂମିର ବିକାଶ ନେଇ ବଡ଼ ବଡ଼ ଦାବି କରାଯାଉଥିବା ବେଳେ ବାସ୍ତବ ଚିତ୍ର କିନ୍ତୁ ସମ୍ପୂର୍ଣ୍ଣ ଭିନ୍ନ । ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ ନ ହୋଇପାରିବା କାରଣରୁ…

‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

ପିନ୍ ବାର୍ତ୍ତା: ଯାଜପୁର ଜିଲ୍ଲା ଧର୍ମଶାଳାର ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ (ଲିକୁ) ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପିର ଜଣେ ସକ୍ରିୟ ନେତା ଭାବେ ଅଞ୍ଚଳରେ ଦଳୀୟ ସଙ୍ଗଠନକୁ ସୁଦୃଢ଼ କରିବାରେ ବଡ଼ ଭୂମିକା ଗ୍ରହଣ କରିଥିଲେ ।…

Leave a Reply

Your email address will not be published. Required fields are marked *

You Missed

ଅନ୍ଧାରରେ ଓଡ଼ିଶା ସ୍କୁଲ

ଅନ୍ଧାରରେ ଓଡ଼ିଶା ସ୍କୁଲ

‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

ମେକାନିକଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ

ମେକାନିକଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ

ଅଦାଲତରେ ମାମଲା ସତ୍ତ୍ୱେ ବାଲଡାରେ ଡ୍ରୋନ ସର୍ଭେ; ଆଦାନୀ ଟିମ୍‌କୁ ଘେରିଲେ ଗ୍ରାମବାସୀ

ଅଦାଲତରେ ମାମଲା ସତ୍ତ୍ୱେ ବାଲଡାରେ ଡ୍ରୋନ ସର୍ଭେ; ଆଦାନୀ ଟିମ୍‌କୁ ଘେରିଲେ ଗ୍ରାମବାସୀ

“No Works in Odisha”: କଥା ବେଶୀ, କାମ କମ୍; RKD ପାଇଁ କାହିଁକି ଏ ଦରଦ?

“No Works in Odisha”: କଥା ବେଶୀ, କାମ କମ୍; RKD ପାଇଁ କାହିଁକି ଏ ଦରଦ?

ବଣ୍ଡା ଜନଜାତିଙ୍କ ବିକାଶ ପାଇଁ ପ୍ରୟାସ

ବଣ୍ଡା ଜନଜାତିଙ୍କ ବିକାଶ ପାଇଁ ପ୍ରୟାସ