ରାଉରକେଲା ବିମାନବନ୍ଦର ବିକାଶରେ କେନ୍ଦ୍ରର ୫୮.୯୬ କୋଟି ଟଙ୍କା ବ୍ୟୟ

ଭୁବନେଶ୍ୱର, ୨୭ ଜୁଲାଇ: ରାଉରକେଲା ବିମାନବନ୍ଦରର ଭିତ୍ତିଭୂମି ସୁଦୃଢ଼ କରିବା ଓ ଯାତ୍ରୀ ସେବାରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ପ୍ରାୟ ୫୮ କୋଟି ୯୬ ଲକ୍ଷ ଟଙ୍କା ବ୍ୟୟ କରିଥିବା ସୂଚନା ମିଳିଛି। ଏହି ବିମାନବନ୍ଦରକୁ କେନ୍ଦ୍ର ସରକାରଙ୍କ ଉଡାନ (UDAN) ଯୋଜନାରେ ସାମିଲ କରାଯାଇ ଆବଶ୍ୟକ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

ରାଜ୍ୟସଭାରେ ସାଂସଦ ଦିଲ୍ଲୀପ ରାୟଙ୍କ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମହୋଲ କହିଛନ୍ତି ଯେ, ଆଞ୍ଚଳିକ ବିମାନ ସଂଯୋଗକୁ ସୁଦୃଢ଼ କରିବା ସହ ବିମାନବନ୍ଦରଗୁଡ଼ିକର ଆଧୁନିକୀକରଣ ଉପରେ କେନ୍ଦ୍ର ସରକାର ନିରନ୍ତର ଗୁରୁତ୍ୱ ଦେଉଛନ୍ତି।

ସେ କହିଛନ୍ତି, ଗ୍ରିନଫିଲ୍ଡ ଏୟାରପୋର୍ଟ ନୀତି ଅନୁଯାୟୀ ନୂତନ ବିମାନବନ୍ଦର ସ୍ଥାପନ ପାଇଁ ରାଜ୍ୟ ସରକାରଙ୍କୁ ପ୍ରଥମେ ଉପଯୁକ୍ତ ସ୍ଥାନ ଚିହ୍ନଟ କରି ବୈଷୟିକ ଅଧ୍ୟୟନ ସହ ପ୍ରସ୍ତାବ ଦାଖଲ କରିବାକୁ ପଡ଼େ। ସମସ୍ତ ଦିଗରୁ ପରୀକ୍ଷା-ନିରୀକ୍ଷା ପରେ ଆବଶ୍ୟକ ମନେହେଲେ କେନ୍ଦ୍ର ସରକାର ଅନୁମୋଦନ ପ୍ରଦାନ କରିଥାନ୍ତି।

ଏହି ପ୍ରସଙ୍ଗରେ ସାଂସଦ ଦିଲ୍ଲୀପ ରାୟ କହିଛନ୍ତି ଯେ, ରାଉରକେଲା ଦ୍ରୁତ ଶିଳ୍ପାୟନର ପଥରେ ଆଗକୁ ବଢ଼ୁଥିବାରୁ ସହରକୁ ବ୍ୟବସାୟୀ, ବିନିଯୋଗକାରୀ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ଆଗମନ ବଢ଼ୁଛି। ଏଭଳି ପରିସ୍ଥିତିରେ ବିମାନବନ୍ଦରର ଅଧିକ ବିକାଶ ଓ ଦେଶର ବିଭିନ୍ନ ପ୍ରମୁଖ ସହର ସହ ସିଧାସଳଖ ବିମାନ ସେବା ବିସ୍ତାର କରିବା ଆବଶ୍ୟକ ବୋଲି ସେ ମତ ପ୍ରକାଶ କରିଛନ୍ତି।

Related Posts

ଅନ୍ଧାରରେ ଓଡ଼ିଶା ସ୍କୁଲ

ପିନ୍ ବାର୍ତ୍ତା: ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ଆଧୁନିକୀକରଣ, ସ୍ମାର୍ଟ ଶ୍ରେଣୀଗୃହ ଏବଂ ଭିତ୍ତିଭୂମିର ବିକାଶ ନେଇ ବଡ଼ ବଡ଼ ଦାବି କରାଯାଉଥିବା ବେଳେ ବାସ୍ତବ ଚିତ୍ର କିନ୍ତୁ ସମ୍ପୂର୍ଣ୍ଣ ଭିନ୍ନ । ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ ନ ହୋଇପାରିବା କାରଣରୁ…

‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

ପିନ୍ ବାର୍ତ୍ତା: ଯାଜପୁର ଜିଲ୍ଲା ଧର୍ମଶାଳାର ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ (ଲିକୁ) ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପିର ଜଣେ ସକ୍ରିୟ ନେତା ଭାବେ ଅଞ୍ଚଳରେ ଦଳୀୟ ସଙ୍ଗଠନକୁ ସୁଦୃଢ଼ କରିବାରେ ବଡ଼ ଭୂମିକା ଗ୍ରହଣ କରିଥିଲେ ।…

Leave a Reply

Your email address will not be published. Required fields are marked *

You Missed

ଅନ୍ଧାରରେ ଓଡ଼ିଶା ସ୍କୁଲ

ଅନ୍ଧାରରେ ଓଡ଼ିଶା ସ୍କୁଲ

‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

ମେକାନିକଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ

ମେକାନିକଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ

ଅଦାଲତରେ ମାମଲା ସତ୍ତ୍ୱେ ବାଲଡାରେ ଡ୍ରୋନ ସର୍ଭେ; ଆଦାନୀ ଟିମ୍‌କୁ ଘେରିଲେ ଗ୍ରାମବାସୀ

ଅଦାଲତରେ ମାମଲା ସତ୍ତ୍ୱେ ବାଲଡାରେ ଡ୍ରୋନ ସର୍ଭେ; ଆଦାନୀ ଟିମ୍‌କୁ ଘେରିଲେ ଗ୍ରାମବାସୀ

“No Works in Odisha”: କଥା ବେଶୀ, କାମ କମ୍; RKD ପାଇଁ କାହିଁକି ଏ ଦରଦ?

“No Works in Odisha”: କଥା ବେଶୀ, କାମ କମ୍; RKD ପାଇଁ କାହିଁକି ଏ ଦରଦ?

ବଣ୍ଡା ଜନଜାତିଙ୍କ ବିକାଶ ପାଇଁ ପ୍ରୟାସ

ବଣ୍ଡା ଜନଜାତିଙ୍କ ବିକାଶ ପାଇଁ ପ୍ରୟାସ