ବଣ୍ଡା ଜନଜାତିଙ୍କ ବିକାଶ ପାଇଁ ପ୍ରୟାସ

ପିନ୍ ବାର୍ତ୍ତା: ମାଲକାନଗିରି ଜିଲ୍ଲାରେ ବିକାଶ ଏବଂ ମହିଳା ସଶକ୍ତିକରଣର ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି । ରାଜ୍ୟର ଅନ୍ୟତମ ଆଦିମ ଜନଜାତି (PVTG) ଭାବେ ପରିଚିତ ବଣ୍ଡା ସମ୍ପ୍ରଦାୟର ସାମଗ୍ରିକ ଉନ୍ନତି ପାଇଁ ମୁଦୁଲିପଡ଼ାସ୍ଥିତ ବଣ୍ଡା ଉନ୍ନୟନ ସଂସ୍ଥା (BDA) ପରିସରରେ ଜିଲ୍ଲାପାଳଙ୍କ ଦ୍ୱାରା ‘ଟ୍ରାଇବାଲ ସ୍କିଲ୍ ସେଣ୍ଟର’ ବା ଜନଜାତି ଦକ୍ଷତା ବିକାଶ କେନ୍ଦ୍ରର ଶୁଭାରମ୍ଭ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ କେନ୍ଦ୍ର ସରକାରଙ୍କ ଅଧୀନସ୍ଥ ‘ଜନ ଶିକ୍ଷା ସଂସ୍ଥାନ’ର ସହଯୋଗରେ ୨୦ ଜଣ ବଣ୍ଡା ଜନଜାତି ମହିଳାଙ୍କୁ ବଗିଚା ନିର୍ମାଣ ଏବଂ ପାରମ୍ପରିକ ଅଳଙ୍କାର ତିଆରି ଉପରେ ସ୍ୱତନ୍ତ୍ର ଦକ୍ଷତା ପ୍ରଶିକ୍ଷଣ ଦିଆଯାଉଛି । ଉଲ୍ଲେଖଯୋଗ୍ୟ ଯେ, ବଣ୍ଡା ପାହାଡ଼ର ଏହି ମହିଳାମାନେ ସେମାନଙ୍କର ନିଆରା ପୋଷାକ ଏବଂ ବିଭିନ୍ନ ରଙ୍ଗର ମାଳି ଅଳଙ୍କାର ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧ ।

ପ୍ରଶାସନର ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବଣ୍ଡା ମହିଳାମାନଙ୍କ ପ୍ରାଚୀନ ଓ ପାରମ୍ପରିକ କଳାକୁ ଆଧୁନିକ ବଜାର ସହ ଯୋଡ଼ିବା ସହିତ ସେମାନଙ୍କ ପାଇଁ ନୂତନ ରୋଜଗାରର ପନ୍ଥା ସୃଷ୍ଟି କରିବ । ଏହାଦ୍ୱାରା ସେମାନେ ଆର୍ଥିକ ସ୍ତରରେ ଅଧିକ ସ୍ୱାବଲମ୍ବୀ ଓ ଆତ୍ମନିର୍ଭରଶୀଳ ହେବା ସହ ସେମାନଙ୍କ ଜୀବନଧାରଣ ମାନରେ ବ୍ୟାପକ ସୁଧାର ଆସିପାରିବ ବୋଲି ଲକ୍ଷ୍ୟ ରଖାଯାଇଛି ।

Related Posts

ଅନ୍ଧାରରେ ଓଡ଼ିଶା ସ୍କୁଲ

ପିନ୍ ବାର୍ତ୍ତା: ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ଆଧୁନିକୀକରଣ, ସ୍ମାର୍ଟ ଶ୍ରେଣୀଗୃହ ଏବଂ ଭିତ୍ତିଭୂମିର ବିକାଶ ନେଇ ବଡ଼ ବଡ଼ ଦାବି କରାଯାଉଥିବା ବେଳେ ବାସ୍ତବ ଚିତ୍ର କିନ୍ତୁ ସମ୍ପୂର୍ଣ୍ଣ ଭିନ୍ନ । ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ ନ ହୋଇପାରିବା କାରଣରୁ…

‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

ପିନ୍ ବାର୍ତ୍ତା: ଯାଜପୁର ଜିଲ୍ଲା ଧର୍ମଶାଳାର ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ (ଲିକୁ) ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପିର ଜଣେ ସକ୍ରିୟ ନେତା ଭାବେ ଅଞ୍ଚଳରେ ଦଳୀୟ ସଙ୍ଗଠନକୁ ସୁଦୃଢ଼ କରିବାରେ ବଡ଼ ଭୂମିକା ଗ୍ରହଣ କରିଥିଲେ ।…

Leave a Reply

Your email address will not be published. Required fields are marked *

You Missed

ଅନ୍ଧାରରେ ଓଡ଼ିଶା ସ୍କୁଲ

ଅନ୍ଧାରରେ ଓଡ଼ିଶା ସ୍କୁଲ

‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

ମେକାନିକଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ

ମେକାନିକଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ

ଅଦାଲତରେ ମାମଲା ସତ୍ତ୍ୱେ ବାଲଡାରେ ଡ୍ରୋନ ସର୍ଭେ; ଆଦାନୀ ଟିମ୍‌କୁ ଘେରିଲେ ଗ୍ରାମବାସୀ

ଅଦାଲତରେ ମାମଲା ସତ୍ତ୍ୱେ ବାଲଡାରେ ଡ୍ରୋନ ସର୍ଭେ; ଆଦାନୀ ଟିମ୍‌କୁ ଘେରିଲେ ଗ୍ରାମବାସୀ

“No Works in Odisha”: କଥା ବେଶୀ, କାମ କମ୍; RKD ପାଇଁ କାହିଁକି ଏ ଦରଦ?

“No Works in Odisha”: କଥା ବେଶୀ, କାମ କମ୍; RKD ପାଇଁ କାହିଁକି ଏ ଦରଦ?

ବଣ୍ଡା ଜନଜାତିଙ୍କ ବିକାଶ ପାଇଁ ପ୍ରୟାସ

ବଣ୍ଡା ଜନଜାତିଙ୍କ ବିକାଶ ପାଇଁ ପ୍ରୟାସ