ଲଘୁଚାପ ସକ୍ରିୟ: ଜୁଲାଇ ୮ ପର୍ଯ୍ୟନ୍ତ ଓଡ଼ିଶାରେ ଜାରି ରହିବ ପ୍ରବଳ ବର୍ଷା, ୯ ଜିଲ୍ଲା ପାଇଁ ରେଡ୍ ଆଲର୍ଟ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ବ୍ୟବସ୍ଥା ଆହୁରି ଶକ୍ତିଶାଳୀ ହେବାର ସମ୍ଭାବନା ଥିବାରୁ ଓଡ଼ିଶାରେ ଆସନ୍ତା କିଛି ଦିନ ଧରି ବର୍ଷାର ପ୍ରକୋପ ଜାରି ରହିବ। ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ସକ୍ରିୟ ରହିଥିବାବେଳେ ଆଗାମୀ ଦୁଇ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇପାରେ।

ପାଣିପାଗ ପୂର୍ବାନୁମାନ ଅନୁସାରେ, ଜୁଲାଇ ୮ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଜୁଲାଇ ୪ରେ ଦକ୍ଷିଣ ଓଡ଼ିଶାର ଚାରିଟି ଜିଲ୍ଲା ଏବଂ ଜୁଲାଇ ୫ରେ ଆଭ୍ୟନ୍ତରୀଣ ଓଡ଼ିଶାର ପାଞ୍ଚଟି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି।

ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ଲଗାଣ ବର୍ଷା ଯୋଗୁଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳରେ ଜଳବନ୍ଦୀ, ଯାତାୟାତ ବ୍ୟବସ୍ଥା ବାଧାପ୍ରାପ୍ତ ହେବା, ଦୃଶ୍ୟମାନତା କମିବା ଓ ଚାଷଜମିରେ କ୍ଷତି ଘଟିପାରେ। ନଦୀ ସଂଲଗ୍ନ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲା ପ୍ରଶାସନକୁ ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି।

ସମୁଦ୍ରରେ ପାଗ ଅନୁକୂଳ ନ ଥିବାରୁ ଜୁଲାଇ ୭ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ସେହିପରି ପାରାଦୀପ ଓ ଧାମରା ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି ରହିଛି।

କେଉଁ ଜିଲ୍ଲାରେ ରେଡ୍ ଆଲର୍ଟ?

କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଶନିବାର ପୂର୍ବାହ୍ନ ସୁଦ୍ଧା ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ଥିବାରୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଏହାଛଡ଼ା କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସୁବର୍ଣ୍ଣପୁର ଓ ସମ୍ବଲପୁର ଜିଲ୍ଲାରେ ମଧ୍ୟ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅତ୍ୟନ୍ତ ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ରେଡ୍ ଆଲର୍ଟ ଜାରି ରହିଛି।

ଅରେଞ୍ଜ ଆଲର୍ଟ ଥିବା ଜିଲ୍ଲା

ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହା ସହ କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କଟକ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲା ପାଇଁ ମଧ୍ୟ ଅରେଞ୍ଜ ସତର୍କତା ଜାରି ହୋଇଛି। ଅନ୍ୟାନ୍ୟ ଜିଲ୍ଲାରେ ସ୍ଥାନୀୟ ଭାବେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ବଳବତ୍ତର ରହିଛି।

ଉତ୍ତର ଓଡ଼ିଶାରେ ବଢ଼ିବ ବର୍ଷା

ଜୁଲାଇ ୫ରୁ ୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ସେଠାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ପୁରୀ, ବଲାଙ୍ଗୀର, ରାୟଗଡ଼ା, ଅନୁଗୁଳ, ଭଦ୍ରକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଜଗତସିଂହପୁର ଓ ଗଞ୍ଜାମର ବିଭିନ୍ନ ସ୍ଥାନରେ ଭଲ ବର୍ଷା ରେକର୍ଡ ହୋଇଛି। ବରଗଡ଼ ଜିଲ୍ଲାର ଆମ୍ବଭୋନାରେ ସର୍ବାଧିକ ୩୨ ସେଣ୍ଟିମିଟର ବର୍ଷା ହୋଇଥିବା ସୂଚନା ମିଳିଛି।

ପାଣିପାଗ ବିଭାଗ ଲୋକଙ୍କୁ ଆବଶ୍ୟକ ନ ଥିଲେ ପ୍ରବଳ ବର୍ଷା ସମୟରେ ବାହାରକୁ ନ ଯିବା, ନଦୀ ଓ ପାହାଡ଼ିଆ ଅଞ୍ଚଳରେ ସତର୍କ ରହିବା ଏବଂ ପ୍ରଶାସନର ପରାମର୍ଶ ପାଳନ କରିବାକୁ ଅନୁରୋଧ କରିଛି।

Related Posts

ଅନ୍ଧାରରେ ଓଡ଼ିଶା ସ୍କୁଲ

ପିନ୍ ବାର୍ତ୍ତା: ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ଆଧୁନିକୀକରଣ, ସ୍ମାର୍ଟ ଶ୍ରେଣୀଗୃହ ଏବଂ ଭିତ୍ତିଭୂମିର ବିକାଶ ନେଇ ବଡ଼ ବଡ଼ ଦାବି କରାଯାଉଥିବା ବେଳେ ବାସ୍ତବ ଚିତ୍ର କିନ୍ତୁ ସମ୍ପୂର୍ଣ୍ଣ ଭିନ୍ନ । ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ ନ ହୋଇପାରିବା କାରଣରୁ…

‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

ପିନ୍ ବାର୍ତ୍ତା: ଯାଜପୁର ଜିଲ୍ଲା ଧର୍ମଶାଳାର ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ (ଲିକୁ) ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପିର ଜଣେ ସକ୍ରିୟ ନେତା ଭାବେ ଅଞ୍ଚଳରେ ଦଳୀୟ ସଙ୍ଗଠନକୁ ସୁଦୃଢ଼ କରିବାରେ ବଡ଼ ଭୂମିକା ଗ୍ରହଣ କରିଥିଲେ ।…

Leave a Reply

Your email address will not be published. Required fields are marked *

You Missed

ଅନ୍ଧାରରେ ଓଡ଼ିଶା ସ୍କୁଲ

ଅନ୍ଧାରରେ ଓଡ଼ିଶା ସ୍କୁଲ

‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

‘ସ୍ୱାଧୀନ’ ଲିକୁ ଭରସାରେ ଓଡ଼ିଶା ବିଜେପି

ମେକାନିକଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ

ମେକାନିକଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ

ଅଦାଲତରେ ମାମଲା ସତ୍ତ୍ୱେ ବାଲଡାରେ ଡ୍ରୋନ ସର୍ଭେ; ଆଦାନୀ ଟିମ୍‌କୁ ଘେରିଲେ ଗ୍ରାମବାସୀ

ଅଦାଲତରେ ମାମଲା ସତ୍ତ୍ୱେ ବାଲଡାରେ ଡ୍ରୋନ ସର୍ଭେ; ଆଦାନୀ ଟିମ୍‌କୁ ଘେରିଲେ ଗ୍ରାମବାସୀ

“No Works in Odisha”: କଥା ବେଶୀ, କାମ କମ୍; RKD ପାଇଁ କାହିଁକି ଏ ଦରଦ?

“No Works in Odisha”: କଥା ବେଶୀ, କାମ କମ୍; RKD ପାଇଁ କାହିଁକି ଏ ଦରଦ?

ବଣ୍ଡା ଜନଜାତିଙ୍କ ବିକାଶ ପାଇଁ ପ୍ରୟାସ

ବଣ୍ଡା ଜନଜାତିଙ୍କ ବିକାଶ ପାଇଁ ପ୍ରୟାସ